ଆଉ ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା। ଦିନକୁ ଦିନ କରୋନା ସଂକ୍ରମଣ ହାର ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୧୬୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣ କରୋନା ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୬୫କୁ ବୃଦ୍ଧି ପାଇଛି।
ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ଏବଂ କଳାହାଣ୍ଡି, କନ୍ଧମାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୮୮୪୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୫୦୭୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୫୧୩୮୬ଜଣ ସୁସ୍ଥ ହୋଇଛନ୍ତି। କରୋନା ଯୋଗୁଁ ୧୯୬୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।