Odisha Link
Bridging the Missing Links in Odisha

ଶପଥ ନେଲେ CJI ଜଷ୍ଟିସ୍‌ ଏନ୍‌ଭି ରମଣା

ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ ତାଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶପଥ ଗ୍ରହଣ କରାଇଛନ୍ତି।

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ CJI ଜଷ୍ଟିସ୍‌ ଏନ୍‌ଭି ରମଣା। ଦେଶର ୪୮ ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଶ୍ରୀ ରମଣା। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ ତାଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶପଥ ଗ୍ରହଣ କରାଇଛନ୍ତି। ସେ ୨୦୨୨ ଅଗଷ୍ଟ ୨୬ ପର୍ଯ୍ୟନ୍ତ ଦେଶର ପ୍ରଧାନ ବିଚାରପତି ରହିବେ।

ଜଷ୍ଟିସ୍ ଏନ. ଭି. ରମଣା ୨୦୦୦ ମସିହା ଜୁନ୍‌ ମାସରେ ଆନ୍ଧ୍ର ପ୍ରଦେଶ ହାଇକୋର୍ଟରେ ଜଣେ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ୨୦୨୧ ଫେବୃଆରୀରେ ସୁପ୍ରିମକୋର୍ଟକୁ ଯିବା ପୂର୍ବରୁ ସେ ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀରେ ରହିଥିଲେ।

ଆନ୍ଧ୍ର ପ୍ରଦେଶର ଏକ କୃଷକ ପରିବାରରେ ୧୯୫୭ ଅଗଷ୍ଟ ୨୭ରେ ଜଷ୍ଟିସ୍ ଏନ. ଭି. ରମଣା ଜନ୍ମଗ୍ରହଣ କରିଥିଲେ। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍ ଶରଦ୍ ଅରବିନ୍ଦ ବୋବଡେଙ୍କ କାର୍ଯ୍ୟକାଳ ଗତକାଲି ଶେଷ ହୋଇଛି। ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ ଓ ସୁପ୍ରିମକୋର୍ଟ ବାର୍ ଆସୋସିଏସନ୍ ପକ୍ଷରୁ ତାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା।

ବୋବଡ଼େ ବିଦାୟୀ ଭାଷଣରେ କହିଥିଲେ ଯେ, ସେ ଖୁସି, ସଦିଚ୍ଛା ଏବଂ ମଧୁର ସ୍ମୃତି ସହ ସୁପ୍ରିମକୋର୍ଟ ଛାଡ଼ୁଛନ୍ତି ଏବଂ ପ୍ରଧାନ ବିଚାରପତି ଭାବେ ଦାୟିତ୍ବ ସମ୍ପାଦନରେ ସନ୍ତୁଷ୍ଟ ଅଛନ୍ତି।

Leave A Reply

Your email address will not be published.