Odisha Link
Bridging the Missing Links in Odisha

ରାଜ୍ୟରେ ଅଣାୟତ୍ତ କରୋନା: ଦିନକରେ ୬୧୧୬ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ କରୋନା ସ୍ଥିତି। ଦିନକୁ ଦିନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏସବୁ ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪,୦୭,୪୫୭ରେ ପହଞ୍ଚିଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୪୬ ଜଣ କ୍ବାରାଣ୍ଟିନରେ ରହିଥିବା ବେଳେ ୨୫୭୦ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧୫୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୨, ବରଗଡ଼ ଜିଲ୍ଲାରୁ ୨୬୨ଜଣ, ଭଦ୍ରକ ଜିଲ୍ଲାରୁ ୮୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮୯ଜଣ, ବୌଦ୍ଧ ଜିଲ୍ଲାରୁ ୩୨ଜଣ, କଟକ ଜିଲ୍ଲାରୁ ୩୪୩ଜଣ, ଦେଓଗଡ଼ ଜିଲ୍ଲାରୁ ୩୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, ଗଜପତି ଜିଲ୍ଲାରୁ ୭୮ଜଣ, ଗଞ୍ଜାମ ଜିଲ୍ଲାରୁ ୧୩୪ଜଣ, ଜଗତସିଂହପୁର ଜିଲ୍ଲାରୁ ୭୩ଜଣ, ଯାଜପୁର ଜିଲ୍ଲାରୁ ୩୨୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫୪ଜଣ, କଳାହାଣ୍ଡି ଜିଲ୍ଲାରୁ ୩୨୧ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି କନ୍ଧମାଳ ଜିଲ୍ଲାରୁ ୩୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୭୫ଜଣ, କୋରାପୁଟ ଜିଲ୍ଲାରୁ ୭୧ଜଣ, ମାଲକାନଗିରି ଜିଲ୍ଲାରୁ ୩୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୧୮ଜଣ, ନୟାଗଡ଼ ଜିଲ୍ଲାରୁ ୯୯ଜଣ, ନୂଆପଡ଼ା ଜିଲ୍ଲାରୁ ୪୩୦ଜଣ, ପୁରୀ ଜିଲ୍ଲାରୁ ୧୮୦ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୮୦ଜଣ, ସୋନପୁର ଜିଲ୍ଲାରୁ ୮ଜମ, ସୁନ୍ଦରଗଡ଼ ଜିଲ୍ଲାରୁ ୭୮୫ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୭୯ଜଣ ରହିଛନ୍ତି ।

ସୂଚନାଥାଉକି, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪,୦୭,୪୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫,୯୪୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩,୫୯,୪୬୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.