Odisha Link
Bridging the Missing Links in Odisha

କରୋନା: ଦିନକରେ ଚାଲିଗଲା ୭ ଜୀବନ

ରାଜ୍ୟରେ ମୋଟ୍‌ କୋଭିଡ ଜନିତ ମୃତ୍ୟୁସଂଖ୍ୟା ୧୯୮୮ରେ ପହଁଞ୍ଚିଛି।

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ କରୋନା ସ୍ଥିତି। ଦିନକୁ ଦିନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଅନ୍ୟପଟେ ରାଜ୍ୟରେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ପୁରୀ, କଳାହାଣ୍ଡି, ଗଞ୍ଜାମ, ସୁନ୍ଦରଗଡ଼ ଓ ପୁରୀରୁ ଜଣେ ଲେଖାଏଁ ମୃତ ହୋଇଥିବା ସୂଚନା ରହିଛି।ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କୋଭିଡ ଜନିତ ମୃତ୍ୟୁସଂଖ୍ୟା ୧୯୮୮ରେ ପହଁଞ୍ଚିଛି।

ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪,୦୭,୪୫୭ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୪୬ ଜଣ କ୍ବାରାଣ୍ଟିନରେ ରହିଥିବା ବେଳେ ୨୫୭୦ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଥାଉକି, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୦୭୪୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୪୫୯୪୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୫୯୪୬୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୧୯୮୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି।

Leave A Reply

Your email address will not be published.