Odisha Link
Bridging the Missing Links in Odisha

ରାଜ୍ୟରେ ଅଣାୟତ୍ତ କରୋନା: ଦିନକରେ ୬୫୯୯ ପଜିଟିଭ ଚିହ୍ନଟ, ପୁଣି ଖୋର୍ଦ୍ଧାରୁ ସର୍ବାଧିକ

ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪,୧୪,୦୫୬ରେ ପହଞ୍ଚିଛି ।

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ କରୋନା ସଂକ୍ରମଣ। ଏପରିକି ରାଜ୍ୟରେ ଦୈନିକ ୬ହଜାରରୁ ଉର୍ଦ୍ଧ୍ବ ଲେକ ପଜିଟିଭ ଚିହ୍ନଟ ହେଉଛନ୍ତି। ଏସବୁ ମଧ୍ୟରେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪,୧୪,୦୫୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୨୭ ଜଣ କ୍ବାରାଣ୍ଟିନରେ ରହିଥିବା ବେଳେ ୨୭୭୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮୭, ବାଲେଶ୍ୱର ଜିଲ୍ଲାରୁ ୧୩୭ଜଣ, ବରଗଡ଼ ଜିଲ୍ଲାରୁ ୨୦୩ଜଣ, ଭଦ୍ରକ ଜିଲ୍ଲାରୁ ୮୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୮ଜଣ, ବୌଦ୍ଧ ଜିଲ୍ଲାରୁ ୭୦ଜଣ, କଟକ ଜିଲ୍ଲାରୁ ୪୮୮ଜଣ, ଦେଓଗଡ଼ ଜିଲ୍ଲାରୁ ୩୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୦ଜଣ, ଗଜପତି ଜିଲ୍ଲାରୁ ୮୧ଜଣ, ଗଞ୍ଜାମ ଜିଲ୍ଲାରୁ ୩୨୩ଜଣ, ଜଗତସିଂହପୁର ଜିଲ୍ଲାରୁ ୯୩ଜଣ, ଯାଜପୁର ଜିଲ୍ଲାରୁ ୨୩୭ଜଣ,ଝାରସୁଗୁଡ଼ା ଜିଲ୍ଲାରୁ ୪୩୬ଜଣ, କଳାହାଣ୍ଡି ଜିଲ୍ଲାରୁ ୫୧୮ଜଣ, କନ୍ଧମାଳ ଜିଲ୍ଲାରୁ ୩୫ଜଣ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୬୬ଜଣଚିହ୍ନଟ ହୋଇଛନ୍ତି।

ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୫୮ଜଣ ଚିହ୍ନଟ ହୋଇଥିବା ବେଳେ , କୋରାପୁଟ ଜିଲ୍ଲାରୁ ୬୯ଜଣ, ମାଲକାନଗିରି ଜିଲ୍ଲାରୁ ୨୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୨୧ଜଣ, ନୟାଗଡ଼ ଜିଲ୍ଲାରୁ ୯୧ଜଣ, ନୂଆପଡ଼ା ଜିଲ୍ଲାରୁ ୫୫୧ଜଣ, ପୁରୀ ଜିଲ୍ଲାରୁ ୧୪୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୧୭ଜଣ, ସମ୍ବଲପୁର ଜିଲ୍ଲାରୁ ୨୨୬ଜଣ, ସୋନପୁର ଜିଲ୍ଲାରୁ ୧୨୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୩୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୦୧ଜଣ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪,୧୪,୦୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୯,୦୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩,୬୨,୯୩୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.