Odisha Link
Bridging the Missing Links in Odisha

କରୋନା ନେଲା ଆଉ ୯ ଜୀବନ, ରାଜ୍ୟରେ ୨ ହଜାର ମୁହାଁ ମୃତ୍ୟୁ ସଂଖ୍ୟା

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ଜଣ ମୃତ୍ୟୁବରଣ କରିଥିବା ବେଳେ କେନ୍ଦୁଝର ଜିଳ୍ଲାରୁ ୨ ଜଣ ରହିଛନ୍ତି।

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ କରୋନା ସଂକ୍ରମଣ। ଏପରିକି ରାଜ୍ୟରେ ଦୈନିକ ୬ହଜାରରୁ ଉର୍ଦ୍ଧ୍ବ ଲେକ ପଜିଟିଭ ଚିହ୍ନଟ ହେଉଛନ୍ତି। ଏସବୁ ମଧ୍ୟରେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାରିଫଳରେ ରାଜ୍ୟର କରୋନା ଜନିତ ମୃତ୍ୟୁସଂଖ୍ୟା ୧୯୯୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମିଳିଥିବା ସୂଚନା ମୁତାବିକ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ଜଣ ମୃତ୍ୟୁବରଣ କରିଥିବା ବେଳେ କେନ୍ଦୁଝର ଜିଳ୍ଲାରୁ ୨ ଜଣ ରହିଛନ୍ତି। ସେହିପରି ଭଦ୍ରକ, କଟକ, ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁବରଣ ହୋଇଛି।

ସୂଚନାଥାଉକି, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪,୧୪,୦୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୪୯,୦୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩,୬୨,୯୩୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୯୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି।

Leave A Reply

Your email address will not be published.