Odisha Link
Bridging the Missing Links in Odisha

ଦେଶରେ କରୋନା: ୨୪ ଘଣ୍ଟାରେ ୩.୨୩ ଲକ୍ଷ ପଜିଟିଭ୍, ୨୭୭୧ ମୃତ

ନୂଆଦିଲ୍ଲୀ: ଦେଶରେ ବେକାବୁ କରୋନା। ହହୁ ହୋଇ ବଢିଚାଲିଛି କରୋନା ସଂକ୍ରମଣ। ବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ଦୈନିକ ଆକ୍ରାନ୍ତ ସଂଖ୍ୟା ଥମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୨୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୭୧ଜଣଙ୍କ ମୃତ୍ୟୁ ହୋଇଛି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ମୁତାବକ, ୨୪ ଘଣ୍ଟାରେ ୩ ଲକ୍ଷ ୨୩ ହଜାର ୧୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କରୋନାରେ୨୪ ଘଣ୍ଟା ମଧ୍ୟରେ ୨୭୭୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୭୬ ଲକ୍ଷ ୩୬ହଜାର ୩୦୭ରେ ପହଞ୍ଚିଛି।

ଏଥିସହ ମୋଟ ମୃତ୍ୟୁସଂଖ୍ୟା ୧ ଲକ୍ଷ ୯୭ ହଜାର ୮୯୪ରେ ପହଞ୍ଚିଛି। ଆରୋଗ୍ୟ ସଂଖ୍ୟା ୧ କୋଟି ୪୫ ଲକ୍ଷ ୫୬ ହଜାର ୨୦୯ରେ ପହଁଚିଛି। ଦେଶରେ ଏବେ ୨୮୮୨୨୦୪ ସଂଖ୍ୟକ ସକ୍ରିୟ ଆକ୍ରାନ୍ତ ଅଛନ୍ତି।

Leave A Reply

Your email address will not be published.