Odisha Link
Bridging the Missing Links in Odisha

ଆଉ ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ପୁଣି ଦୃତ ଗତିରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୮୩୮୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୧୭କୁ ବୃଦ୍ଧି ପାଇଛି।

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତକଙ୍କ ମଧ୍ୟରୁ ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଖୋର୍ଦ୍ଧା, ଗଞ୍ଜାମ, ବୌଦ୍ଧ ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି।

ପ୍ରକାଶ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୨୮୫୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୫୫୨୪୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୭୧୨୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିସହିତ କରୋନା ଯୋଗୁଁ ୨୦୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୯୯୭୧୪୦ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.