Odisha Link
Bridging the Missing Links in Odisha

ଆସନ୍ତା ୫ଦିନ ଯାଏଁ କାଳବୈଶାଖୀ ଆଶଙ୍କା

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୫ଦିନ ଯାଏଁ କାଳବୈଶାଖୀ ଆଶଙ୍କା ରହିଛି। କାଳବୈଶାଖୀ ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏଥିସହ ଝଡ଼ବର୍ଷା ଓ ବଜ୍ରପାତ ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, ନବରଙ୍ଗପୁର, ଗଜପତି, କନ୍ଧମାଳ, ରାୟଗଡ଼ା ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ। ଏଥସହ ଝଡ଼ବର୍ଷା ସମୟରେ ଘଣ୍ଟା ପ୍ରତି ୩୦ ରୁ ୪୦ କି.ମି ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ ରହିଛି।

ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ରହିବ। ଯାହା ଫଳରେ ସର୍ବାଧିକ ତାପମାତ୍ରାରେ ଧିରେ ଧିରେ ହ୍ରାସ ଘଟିବ। ୨ ରୁ ୩ ଦିନ ମଧ୍ୟରେ ଉପକୂଳ ଓଡ଼ିଶାରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ତାପମାତ୍ରା କମିବ ବୋଲି ଆକଳନ କରାଯାଇଛି। ୩ ଦିନ ପରେ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ତାପମାତ୍ରା କମିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.