Odisha Link
Bridging the Missing Links in Odisha

ରାଜ୍ୟରେ ଆଉ ୧୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଅଣାୟତ୍ତ ହେଲାଣି ମହାମାରୀ କରୋନା। ଦିନକୁ ଦିନ ସଂକ୍ରମଣ ହାର ବଢ଼ୁଥିବା ବେଳେ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ ଥମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୦୨୯କୁ ବୃଦ୍ଧି ପାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, ଏବଂ ଅନୁଗୁଳ, କଟକ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରୁ ରହିଛନ୍ତି।

ସୂଚନାଯୋଗ୍ୟ , ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୩୫୫୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୫୭୭୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୭୫୭୨୧ଜଣ ସୁସ୍ଥ ହୋଇଛନ୍ତି । ଏହାସହ କରୋନା ଯୋଗୁଁ ୨୦୨୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୧୦୦୪୧୨୦୪ସାମ୍ପୁଲ ଟେଷ୍ଟ୍ ହୋଇଛି।

 

Leave A Reply

Your email address will not be published.