Odisha Link
Bridging the Missing Links in Odisha

ରାଜ୍ୟରେ ଅଣାୟତ୍ତ କରୋନା: ୨୪ ଘଣ୍ଟାରେ ୬୯୯୮ ପଜିଟିଭ୍‌

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା ସ୍ଥିତି। ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୬୯୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦୫୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୯୪୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୨୫ଜଣ, ବାଲେଶ୍ୱର ଜିଲ୍ଲାରୁ ୯୭ଜଣ, ବରଗଡ଼ ଜିଲ୍ଲାରୁ ୩୩୦ଜଣ, ଭଦ୍ରକ ଜିଲ୍ଲାରୁ ୯୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୩୬ଜଣ, ବୌଦ୍ଧ ଜିଲ୍ଲାରୁ ୬୫ଜଣ, କଟକ ଜିଲ୍ଲାରୁ ୫୧୭ଜଣ, ଦେଓଗଡ଼ ଜିଲ୍ଲାରୁ ୭୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୨ଜଣ, ଗଜପତି ଜିଲ୍ଲାରୁ ୧୨୧ଜଣ, ଗଞ୍ଜାମ ଜିଲ୍ଲାରୁ ୧୨୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୪ଜଣ, ଯାଜପୁର ଜିଲ୍ଲାରୁ ୨୨୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୯୬ଜଣ, କଳାହାଣ୍ଡି ଜିଲ୍ଲାରୁ ୨୯୨ ଜଣ,କନ୍ଧମାଳ ଜିଲ୍ଲାରୁ ୪୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୬୦ଜଣ,

ଖୋର୍ଦ୍ଧା ଜିଲ୍ଲାରୁ ୯୧୯ଜଣ, କୋରାପୁଟ ଜିଲ୍ଲାରୁ ୫୭ଜଣ, ମାଲକାନଗିରି ଜିଲ୍ଲାରୁ ୩୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୦୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୫୫ଜଣ, ନୟାଗଡ଼ ଜିଲ୍ଲାରୁ ୧୨୧ଜଣ, ନୂଆପଡ଼ା ଜିଲ୍ଲାରୁ ୪୨୦ଜଣ, ପୁରୀ ଜିଲ୍ଲାରୁ ୨୮୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୮୧ଜଣ, ସମ୍ବଲପୁର ଜିଲ୍ଲାରୁ ୩୨୩ଜଣ, ସୋନପୁର ଜିଲ୍ଲାରୁ ୧୩୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୮୫ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୩୫୫୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୫୭୭୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୭୫୭୨୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୦୦୪୧୨୦୪ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.