Odisha Link
Bridging the Missing Links in Odisha

କରୋନା: ଦିନକରେ ଚାଲିଗଲା ୧୪ ଜଣଙ୍କ ଜୀବନ

କରୋନା ଯୋଗୁଁ ୨୦୪୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

ଭୁବନେଶ୍ବର: ରାଜ୍ୟରେ ତାଣ୍ଡବ ରଚୁଛି ମହାମାରୀ କରୋନା। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ସମସ୍ତଙ୍କ ନିଦ ହଜାଉଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ରାଜ୍ୟରେ ଦିନକରେ ୮୬୮୧ କରୋନା ମାମଲା ସାମ୍ନାକୁ ଆସିଥିବା ବେଳେ ୧୪ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୦୪୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମୃତକଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ଼ ଓ କୋରାପୁଟ ଜିଲ୍ଲାରୁ ୩ଜଣ ଲେଖାଏଁ ଥିବାବେଳେ ରାୟଗଡ଼ା ୨, ଖୋର୍ଦ୍ଧାରୁ ୨ ଜଣ ରହିଛନ୍ତି। ସେହିପରି ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪,୪୪,୧୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୧,୬୯୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩,୮୦,୪୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୦୪୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

Leave A Reply

Your email address will not be published.