Odisha Link
Bridging the Missing Links in Odisha

ମେ’ ପହିଲାରୁ ନନ୍ଦନକାନନ ବନ୍ଦ

ନନ୍ଦନକାନନ ସହିତ ବଟାନିକାଲ ଗାର୍ଡେନ୍‌ ମଧ୍ୟ ମେ' ୧୫ ତାରିଖ ଯାଏଁ ବନ୍ଦ ରହିବ।

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଯାହାଫଳରେ ଚିନ୍ତାରେ ବିଏମସି। ନିକଟରେ ପଟିଆ ଅଞ୍ଚଳ କରୋନାର ନୂଆ ହଟ୍‌ସ୍ପଟ୍‌ ହୋଇଥିବା ବେଳେ ତାହାକୁ ନଜରରେ ରଖି ବଡ଼ ନିଷ୍ପତ୍ତି ନେଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ। ମେ’ ୧ ତାରିଖରୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ବନ୍ଦ ରହିବ ବୋଲି କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। ନନ୍ଦନକାନନ ସହିତ ବଟାନିକାଲ ଗାର୍ଡେନ୍‌ ମଧ୍ୟ ମେ’ ୧୫ ତାରିଖ ଯାଏଁ ବନ୍ଦ ରହିବ। କରୋନା ମାମଲା ବଢ଼ୁଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି ବୋଲି ନନ୍ଦନକାନନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ସୂଚନାଥାଉକି, ରାଜ୍ୟରେ ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି କରୋନା ସଂକ୍ରମଣ। ରାଜ୍ୟରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଏସବୁ ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ରେକର୍ଡ ସଂଖ୍ୟକ ୮୬୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମଧ୍ୟରୁ ୪୯୪୮ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୭୩୩ ଜଣ ସ୍ଥାନୀୟ ବାସିନ୍ଦା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪, ୪୪, ୧୯୪ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.