Odisha Link
Bridging the Missing Links in Odisha

+୨ ପରୀକ୍ଷା ବାତିଲ ଦାବି, ମେ ୬ ରେ ଶାନ୍ତିପୂର୍ଣ୍ଣ ଧାରଣା

ଭୁବନେଶ୍ବର: ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ଛାତ୍ରଛାତ୍ରୀ ରାଜରାସ୍ତାକୁ ଓହ୍ଲାଇ ପ୍ରତିବାଦ କରିଥିବା ବେଳେ ଆଜି ତୃତୀୟ ଥର ପାଇଁ ସାମ୍ବାଦିକ ସମ୍ମିଳନୀ କରି ଗଣଶିକ୍ଷା ମନ୍ତ୍ରୀଙ୍କୁ ଚେତାବନୀ ଦେଇଛନ୍ତି। ଗତ ୨୬ତାରିଖରେ କରିଥିବା ପ୍ରତିବାଦରେ ଅଧିକାଂଶ ଛାତ୍ରଛାତ୍ରୀଙ୍କୁ ପୁଲିସ ଗିରଫ କରି ସେମାନଙ୍କ ନାଁରେ ଦଫା ଲଗାଇଛି। ଏହାକୁ ନେଇ ଛାତ୍ରଛାତ୍ରୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି।

୬ତାରିଖରେ ରାଜ୍ୟବ୍ୟାପୀ ସମସ୍ତ ମହାବିଦ୍ୟାଳୟ ଆଗରେ ଶାନ୍ତିପୂର୍ଣ୍ଣ ଧାରଣା ଦିଆଯିବ ବୋଲି ଚେତାବନୀ ଦେଇଛନ୍ତି ଛାତ୍ରଛାତ୍ରୀ। ଆଜି ଏନେଇ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ନବ ନିର୍ମାଣ ଯୁବ ଛାତ୍ର ସଂଗଠନ।

Leave A Reply

Your email address will not be published.