ଦିନକରେ ରାଜଧାନୀରୁ ୧୦୯୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଅନ୍ୟପଟେ ରାଜଧାନୀ ଭୁବନେଶ୍ବରରେ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏହାରି ମଧ୍ୟରେ ରାଜଧାନୀ ଭୁବନେଶ୍ୱରରେ ୧୦୯୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୯୭୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ସେହିପରି ୫୦୯ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୪୫ ହଜାର ୫୦୮କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୩୭ ହଜାର ୦୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୮,୧୬୮ ଜଣ ଚିକିତ୍ସିତ ହେଉଥିବା ବେଳେ ୨୬୫ ଜଣଙ୍କର ମୃତ୍ୟୁ ହୋଇଛି।