Odisha Link
Bridging the Missing Links in Odisha

ଆଉ ୧୧ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା। ଆକ୍ରାନ୍ତଙ୍କ ସଂଖ୍ୟା ହୁହୁ ବଢ଼ିବାରେ ଲାଗିଥିବା ବେଳେ ଥମୁନାହିଁ ମୃତ୍ୟୁ ସଂଖ୍ୟା। ରାଜ୍ୟରେ ଦୈନିକ ସଂକ୍ରମଣ ହାର ୧୦ ହଜାର ପାର୍‌ ହେଲାଣି। ଯାହା ଚିନ୍ତାଜନକ ସ୍ଥିତି ସୃଷ୍ଟି କଲାଣି। ଗତ ୨୪ ଘଣ୍ଟାରେ ରାଜ୍ୟରେ୧୦୪୧୩ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୧ ଜଣଙ୍କର ମୃତ୍ୟୁ ଘଟିଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ, ସୁନ୍ଦରଗଡ଼ରୁ ୨ ଜଣ, ରାୟଗଡ଼ା, ପୁରୀ, କୋରାପୁଟ, କଳାହାଣ୍ଡି ଓ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ  ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୫୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୫୪୬୦୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬୭୦୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୮୫୪୧୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୦୫୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି।

 

Leave A Reply

Your email address will not be published.