Odisha Link
Bridging the Missing Links in Odisha

ତାଳଚେର ଏମସିଏଲ୍ ହସ୍ପିଟାଲ ହେଲା କୋଭିଡ୍ ହସ୍ପିଟାଲ

ଭୁବନେଶ୍ବର: ତାଳଚେର ଏମସିଏଲ୍ ହସ୍ପିଟାଲ ହେଲା କୋଭିଡ୍ ହସ୍ପିଟାଲ। ଅନୁଗୁଳ ଜିଲ୍ଲାରେ ବଢ଼ୁଥିବା କୋଭିଡ୍‌-୧୯ ମାମଲାକୁ ଦୃଷ୍ଟିରେ ରଖି ତାଳଚେରସ୍ଥିତ ଏମସିଏଲ୍ ହସ୍ପିଟାଲକୁ କୋଭିଡ୍‌-୧୯ ହସ୍ପିଟାଲରେ ପରିଣତ କରିବା ପାଇଁ ଅନୁମତି ଦେବା ଲାଗି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତ ଏପ୍ରିଲ ୨୪ରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଚିଠି ଲେଖି ଅନୁରୋଧ କରିଥିଲେ।

ଆଜି ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ ରକ୍ଷା କରି ଏମସିଏଲ୍ ହସ୍ପିଟାଲକୁ କୋଭିଡ୍‌-୧୯ ହସ୍ପିଟାଲରେ ପରିଣତ କରିବାକୁ ଅନୁମତି ଦେଇଛନ୍ତି କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ। ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ କରି ସୂଚନା ଦେବା ସହ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଟୁଇଟରେ ଲେଖାଯାଇଛି ଯେ, ଅନୁଗୁଳ ଜିଲ୍ଲାରେ ବଢ଼ୁଥିବା କୋଭିଡ୍‌-୧୯ ମାମଲାକୁ ଦୃଷ୍ଟିରେ ରଖି ତାଳଚେର ସ୍ଥିତ ଏମସିଏଲ୍ ହସ୍ପିଟାଲକୁ କୋଭିଡ଼୍ ହସ୍ପିଟାଲରେ କାର୍ଯ୍ୟକ୍ଷମ କରିବା ସହ ଆନୁଷଙ୍ଗିକ ବ୍ୟବସ୍ଥା କରିଥିବାରୁ ପ୍ରଧାନମନ୍ତ୍ରୀ ଜୀ ଏବଂ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଜୀଙ୍କୁ ଧନ୍ୟବାଦ।

ବର୍ତ୍ତମାନର କରୋନା ମହାମାରୀ ସମୟରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଭାରତ ସରକାର ଦେଶରେ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ମଜବୁତ୍ କରିବା ଦିଗରେ ପ୍ରାଥମିକତା ଦେଉଛନ୍ତି। ଏମଏସଏଲର ଏହି ପଦକ୍ଷେପ ଦ୍ୱାରା ଅନୁଗୁଳ ଜିଲ୍ଲା ତଥା ଆଖପାଖ ଅଞ୍ଚଳର କୋଭିଡ୍ ରୋଗୀମାନେ ବିଶେଷ ଭାବରେ ଉପକୃତ ହୋଇପାରିବେ।

Leave A Reply

Your email address will not be published.