Odisha Link
Bridging the Missing Links in Odisha

ଭୁବନେଶ୍ୱରରୁ ୮୨୩ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଅଣାୟତ୍ତ ହେଲାଣି ମହାମାରୀ କରୋନା। ହୁ ହୁ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଯାହା ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କଲାଣି। ଏହାରି ମଧ୍ୟର ରାଜଧାନୀ ଭୁବନେଶ୍ୱରରୁ ପୁଣି ୮୨୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ୮୨୩ କରୋନା ପଜିଟି ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୭୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ୭୦୯ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧାମୋଟ ପଜିଟିଭ ସଂଖ୍ୟା ୪୭ ହଜାର ୧୪୦କୁ ବୃଦ୍ଧି ପାଇଛି। ଏଥିସହ ୩୮ ହଜାର ୩୬୧ଜଣ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ୮,୪୯୦ ଜଣ ଚିକିତ୍ସିତ ହେଉଥିବା ବେଳେ ୨୬୮ ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.