Odisha Link
Bridging the Missing Links in Odisha

କରୋନା: ଦିନକରେ ୮୯୧୪ ପଜିଟିଭ ଚିହ୍ନଟ, ୫ ମୃତ

ଦିନକରେ ୪ ଜିଲ୍ଲାରେ ୫୦୦ରୁ ଅଧିକା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ କରୋନା ସ୍ଥିତି। ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ମେ’ ୫ରୁ ୧୪ ତାରିଖ ଯାଏଁ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏସବୁ ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୯୧୪ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪, ୭୧, ୫୩୬ରେ ପହଁଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ମଧ୍ୟରୁ ୫୮୦୧ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ହୋଇଥିବା ବେଳେ ୩୮୩୩ ଜଣ ସ୍ଥାନୀୟ ବାସିନ୍ଦା ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୦୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୩ ଜଣ ଏବଂ ଖୋର୍ଦ୍ଧାରୁ ୨ ଜଣ ସଂକ୍ରମିତ ରହିଛନ୍ତି।

ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୩୩୧ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ୱରରୁ ୧୭୯, ବରଗଡରୁ ୪୫୨, ଭଦ୍ରକରୁ ୩୫୧, ବଲାଙ୍ଗୀରରୁ ୨୯୧, ବୌଦ୍ଧରୁ ୧୭୫, କଟକରୁ ୫୮୭, ଦେବଗଡରୁ ୧୦୩, ଢେଙ୍କାନାଳରୁ ୧୪୯, ଗଜପତିରୁ ୧୬୫, ଗଞ୍ଜାମରୁ ୨୬୨, ଜଗତସିଂପୁରରୁ ୧୦୯, ଯାଜପୁରରୁ ୨୩୨, ଝାରସୁଗୁଡାରୁ ୩୦୪, କଳାହାଣ୍ଡିରୁ ୨୩୬, କନ୍ଧମାଳରୁ ୬୨, କେନ୍ଦ୍ରାପଡାରୁ ୧୩୨, କେନ୍ଦୁଝରରୁ ୧୦୪, ଖୋର୍ଧାରୁ ୧୨୫୮, କୋରାପୁଟରୁ ୧୪୫, ମାଲକାନଗିରିରୁ ୭୩, ମୟୂରଭ଼ଞ୍ଜରୁ ୧୩୪, ନବରଙ୍ଗପୁରରୁ ୪୩୩, ନୟାଗଡରୁ ୧୯୪, ନୂଆପଡାରୁ ୨୭୮, ପୁରୀରୁ ୫୩୦, ରାୟଗଡାରୁ ୧୫୭, ସମ୍ବଲପୁରରୁ ୫୨୦, ସୋନପୁରରୁ ୧୨୧, ସୁନ୍ଦରଗଡରୁ ୫୯୨ ଜଣ ଆକ୍ରାନ୍ତ ଓ ଷ୍ଟେଟ୍‌ ପୁଲରୁ ୨୫୫ ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୭୧୫୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୮୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୯୭୫୭୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.