Odisha Link
Bridging the Missing Links in Odisha

କୋଭିଡ୍: କଟକ ପାଇଁ ୧୦ କୋଟି ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ: ରାଜ୍ୟରେ କରୋନା ସଂକ୍ରମଣ ହାର ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ କଟକ ମ୍ୟୁନିସିପାଲିଟି ଅଞ୍ଚଳରେ ସଂକ୍ରମଣ ହାରକୁ ଦୃଷ୍ଟିରେ ରଖି କୋଭିଡ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ଘୋଷଣା କରିଛନ୍ତି।

କଟକ ମ୍ୟୁନିସିପାଲିଟି କର୍ପୋରେସନ ଅଞ୍ଚଳରେ କୋଭିଡ କୋଭିଡ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫଙ୍କ ପାଣ୍ଠିରୁ କଟକ ମ୍ୟୁନିସିପାଲ କର୍ପୋରେସନକୁ ୧୦ କୋଟି ଟଙ୍କା ମଞ୍ଜୁର କରାଯାଇଛି।

ଆଗାମୀ ଦିନରେ କଟକରେ ଯେପରି କୋଭିଡ ମୁକାବିଲା ସଠିକ ଏବଂ ସମନ୍ୱୟ ଭାବେ କରାଯିବ, ବେଡ ଠାରୁ ଆରମ୍ଭ କରି କୋଭିଡ ପରିଚାଳନାର ସମସ୍ତ ମୌଳିକ ସୁବିଧା ରହିପାରିବ। ସେନେଇ ଦୃଷ୍ଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ପୂର୍ବରୁ ମଧ୍ୟ ମୁଖ୍ୟମନ୍ତ୍ରୀ ୧୦ କୋଟି ପ୍ରଦାନ କରିଥିଲେ। ସହରରେ ଦୈନିକ ସଂକ୍ରମଣ ସଂଖ୍ୟା ବୃଦ୍ଧି ଘଟୁଥିବା ବେଳେ ଏହାକୁ କିପରି ରୋକି ହେବ, କିପରି କୋଭିଡ ପରିଚାଳନାରେ କୌଣସି ମଧ୍ୟ ସାମାନ୍ୟ ଅବହେଳା ନହେବ। ସେନେଇ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

Leave A Reply

Your email address will not be published.