Odisha Link
Bridging the Missing Links in Odisha

ଭୁବନେଶ୍ବରରୁ ୧୦୭୪ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ପୁଣି ଦିନକୁ ଦିନ ବଢ଼ିଚାଲିଛି କରୋନା ସଂକ୍ରମଣ। ରାଜଧାନୀ ଭୁବନେଶ୍ୱରରେ ପୁଣି ଆଜି ୧୦୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୯୪୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ସେହିପରି ୫୯୯ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୪୯ ହଜାର ୩୩୦ କୁ ବୃଦ୍ଧି ପାଇଛି। ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୩୯ ହଜାର ୬୧୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୯,୪୧୯ ଜଣ ଚିକିତ୍ସିତ ହେଉଥିବା ବେଳେ ୨୭୫ ଜଣଙ୍କର ମୃତ୍ୟୁ ହୋଇଛି।

Leave A Reply

Your email address will not be published.