Odisha Link
Bridging the Missing Links in Odisha

ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨ ହଜାର ଟପିଲା

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା ସ୍ଥିତି। ଦିନକୁ ଦିନ ବଢ଼ିବାରେ ଲାଗିଛି ସଂକ୍ରମଣ ହାର। ଏଥିସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି ଯାହା ଚିନ୍ତାଜନକ ସ୍ଥିତି ସୃଷ୍ଟି କଲାଣି। ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ୧୬ ଜଣଙ୍କର ମୃତ୍ୟୁ ହୋଥିବା ବେଳେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୧୦୪କୁ ବୃଦ୍ଧିପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

୧୬ ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪ ଜଣ, ଗଜପତି ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ ରହିଥିବା ବେଳେ ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

 ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୮୯୬୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୭୨୫୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୧୦୨୨୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୧୦୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୧୦୩୧୯୧୦୪ସାମ୍ପୁଲ ଟେଷ୍ଟ୍ ହୋଇଛି।

 

Leave A Reply

Your email address will not be published.