Odisha Link
Bridging the Missing Links in Odisha

ଖଲ୍ଲିକୋଟ ସ୍ୱୟଂଶାସିତ କଲେଜକୁ ଏକକ ବିଶ୍ୱବିଦ୍ୟାଳୟ ମାନ୍ୟତା

ବ୍ରହ୍ମପୁର: ବ୍ରହ୍ମପୁର ଖଲ୍ଲିକୋଟ ସ୍ୱୟଂଶାସିତ କଲେଜକୁ ଏକକ ବିଶ୍ୱବିଦ୍ୟାଳୟ ମାନ୍ୟତା। ଅଟୋନମସ କଲେଜ ଭାବେ ଥିବା ଖଲ୍ଲିକୋଟ କଲେଜକୁ ଆଜି ଏକକ ବିଶ୍ୱବିଦ୍ୟାଳୟ ଭାବେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଏହି ସୂଚନା ଦିଆଯାଇଛି।

ପୂର୍ବରୁ ଖଲ୍ଲିକୋଟ କଲେଜ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ଅଧୀନରେ ଥିଲା। ସର୍ବପୂରାତନ କଲେଜ ହେଉଛି ଖଲ୍ଲିକୋଟ ଅଟୋନମସ କଲେଜ୍। ଏକକ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରଦାନ ପରେଛାତ୍ରଛାତ୍ରୀ ତଥା ଅଭିଭାବକଙ୍କ ମଧ୍ୟରେ ଖୁସିଲ ଲହରୀ ଖେଳି ଯାଇଛି।

ଏହି କଲେଜର ଛାତ୍ରଛାତ୍ରୀ ଅନେକ କ୍ଷେତ୍ରରେ ସଫଳତା ହାସଲ କରିଛନ୍ତି। ଏହା ଦକ୍ଷିଣ ଓଡ଼ିଶା ଲୋକଙ୍କ ଆଶା ଆକାଂକ୍ଷା ପୂରଣ ହେବ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଏହି ସୂଚନା ଦିଆଯାଇଛି।

Leave A Reply

Your email address will not be published.