Odisha Link
Bridging the Missing Links in Odisha

କାଳବୈଶାଖୀ ଆଶଙ୍କା, ୨୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ଵର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ଉକ୍ତ ଜିଲ୍ଲାଗୁଡ଼ିକୁ ସତର୍କ କରାଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ୨୩ ଜିଲ୍ଲାକୁ ସତର୍କ ରହିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଏହି ସମୟରେ ବଜ୍ରପାତ ସହ ଝଡବର୍ଷା ହେବାର ସମ୍ଭାବନା ରହିଛି। ପବନର ବେଗ ୩୦ ରୁ ୪୦ କିମି ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ସତର୍କ ସୂଚନା ଜାରି କରାଯାଇଥିବା ଜିଲ୍ଲା ମଧ୍ୟରେ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଓ ରାୟଗଡା ସାମିଲ ରହିଛି।

Leave A Reply

Your email address will not be published.