ଆଉ ୧୭ ମୁଣ୍ଡ ନେଲା କରୋନା
ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା ସ୍ଥିତି। ଦିନକୁ ଦିନ ବଢ଼ିବାରେ ଲାଗିଛି ସଂକ୍ରମଣ ହାର। ଏଥିସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି ଯାହା ଚିନ୍ତାଜନକ ସ୍ଥିତି ସୃଷ୍ଟି କଲାଣି। ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ୧୭ ଜଣଙ୍କର ମୃତ୍ୟୁ ହୋଥିବା ବେଳେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୨୧କୁ ବୃଦ୍ଧି ପାଇଛି ବୃଦ୍ଧିପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ବାଲେଶ୍ବର ଓ ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦୁଝର, ନୟାଗଡ଼, ସମ୍ବଲପୁର, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୦୦୧୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୧୫୮୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୪୧୬୪୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୨୧୨୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି।