Odisha Link
Bridging the Missing Links in Odisha

ବିରୋଧୀ ଦଳ ନେତା ପ୍ରଦୀପ୍ତ ଓ ସାଂସଦ ରଘୁନାଥଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଏବଂ ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ପରିବାର ଲୋକଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ପରିବାର ଲୋକଙ୍କ ସହ କଥା ହେବା ସହ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୋଦି।

କରୋନାରେ ପୀଡ଼ିତ ହୋଇ ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଛନ୍ତି ବିଜେପି ବିଧାୟକ ତଥା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଏବଂ ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ର। ପ୍ରଦୀପ୍ତ ମହାପାତ୍ରଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବା ଚିକିତ୍ସା କରୁଥିବା ଡାକ୍ତର ସୂଚନା ଦେଇଥିଲେ।

ଏ ନେଇ ପ୍ରଧାନମନ୍ତ୍ରୀ ମୋଦି ଫୋନ ଯୋଗେ ସ୍ବାସ୍ଥ୍ୟବସ୍ଥା ପଚାରିବୁଝିଛନ୍ତି। ପଦ୍ମ ବିଭୁଷଣ ରଘୁନାଥ ମହାପାତ୍ରଙ୍କ ପୁଅଙ୍କ ସହିତ ଫୋନ ଯୋଗେ ସ୍ବାସ୍ଥ୍ୟବସ୍ଥା ପଚାରିବୁଝିଛନ୍ତି ନରେନ୍ଦ୍ର ମୋଦି।

୧୯୪୩ ମସିହା ମାର୍ଚ୍ଚ ୨୪ରେ ଜନ୍ମ ଗ୍ରହଣ କରିଥିବା ରଘୁନାଥ ମହାପାତ୍ର ପ୍ରସ୍ତର କାରୁକାର୍ଯ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୧୯୭୫ ମସିହାରେ ପଦ୍ମଶ୍ରୀ, ୨୦୦୧ ମସିହାରେ ପଦ୍ମ ଭୂଷଣ ଏବଂ ୨୦୧୩ରେ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନୀତ ହୋଇଛନ୍ତି।

Leave A Reply

Your email address will not be published.