Odisha Link
Bridging the Missing Links in Odisha

କରୋନା ନେଲା ଆଉ ୧୯ ଜୀବନ

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟାରେ ମଧ୍ୟ ବ୍ରେକ୍‌ ଲାଗୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୨୨୩୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୪୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ପୁରୀରୁ ୨, ଗଞ୍ଜାମରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଥିବା ବେଳେ ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, ଅନୁଗୋଳ, ବଲାଙ୍ଗୀର, ଗଜପତି ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୧୨୪୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮୬୯୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୨୩୨୫୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୦୪୧୮୨୧୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.