Odisha Link
Bridging the Missing Links in Odisha

ପୁଣି ବଢ଼ିଲା ତୈଳଦର, ମାଲକାନଗିରିରେ ଲିଟର ପିଛା ୯୭ ଟଙ୍କା

ଭୁବନେଶ୍ୱର: ଲଗାତାର ଚତୁର୍ଥ ଦିନରେ ପୁଣି ବଢ଼ିଲା ତୈଳଦର। ନିର୍ବାଚନ ପରେ ଲଗାତାର ପେଟ୍ରୋଲ ଓ ଡିଜେଲ ଦର ବଢ଼ୁଛି। ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ଲିଟର ପିଛା ୨୮ ପଇସା ବୃଦ୍ଧି ପାଇ ୯୧ ଟଙ୍କା ୨୭ ପଇସାରେ ପହଞ୍ଚିଛି । ସେହିଭଳି ଡିଜେଲ ଲିଟର ପିଛା ୩୧ ପଇସା ବଢ଼ି ୮୧ ଟଙ୍କା ୭୩ ପଇସାରେ ପହଞ୍ଚିଛି।

ଓଡ଼ିଶାରେ ମଧ୍ୟ ତୈଳଦର ବଢ଼ିଛି। ରାଜ୍ୟର ସମସ୍ତ ଜିଲ୍ଲାରେ ପେଟ୍ରୋଲ ଦର ୯୦ ଟଙ୍କା ଉପରେ ଥିବାବେଳେ ୪ ଜିଲ୍ଲାରେ ପେଟ୍ରୋଲ ଦର ୯୫ ଟଙ୍କା ଉପରେ ରହିଛି। ରାଜ୍ୟରେ ପେଟ୍ରୋଲ ଲିଟର ପିଛା ସର୍ବାଧିକ ୯୭ ଟଙ୍କା ୩ ପଇସା ମାଲକାନଗିରିରେ ରହିଛି। ନବରଙ୍ଗପୁର ଓ କୋରାପୁଟରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୧୫ ପଇସାରେ ବିକ୍ରି ହେଉଛି। ରାୟଗଡ଼ାରେ ୯୫ ଟଙ୍କା ୭୩ ପଇସା ରହିଛି ପେଟ୍ରୋଲ।

Leave A Reply

Your email address will not be published.