ଭୁବନେଶ୍ୱରରୁ ଆଉ ୧୦୩୪ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: କାୟା ମେଲାଉଛି ମହାମାରୀ କରୋନା। ହୁହୁ ବଢ଼ିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୧୦୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୮୮୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।
Update on newly detected #COVID19 cases in the last
24 hrs under the BMC area on 8th May (till 9am). pic.twitter.com/0RmufxBDq4— BMC (@bmcbbsr) May 8, 2021
ବର୍ତ୍ତମାନ ଭୁବନେଶ୍ୱରରେ ମୋଟ ପଜିଟିଭ ସଂଖ୍ୟା ୫୨ ହଜାର ୫୩୦ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୪୨ ହଜାର ୧୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧୦,୦୭୫ ଜଣ ଚିକିତ୍ସିତ ହେଉଥିବା ବେଳେ ୨୭୯ ଜଣଙ୍କର ମୃତ୍ୟୁ ହୋଇଛି ।