Odisha Link
Bridging the Missing Links in Odisha

କରୋନା: ଦିନକରେ ଚାଲିଗଲା ୨୧ ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ କରୋନା ସଂକ୍ରମଣ। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏସବୁ ମଧ୍ୟରେ ରାଜ୍ୟରେ ଦିନକରେ ୨୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୬୧କୁ ବୃଦ୍ଧି ପାଇଛି।

ମୃତକଙ୍କ ମଧ୍ୟରୁ କଳାହାଣ୍ଡିରୁ ୪ ଜଣ, ଅନୁଗୁଳ, ଭଦ୍ରକ, କଟକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ, ଢ଼େଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦୁଝର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୂଆପଡ଼ା ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୨୪୨୦୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୯୦୩୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୩୧୬୫୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ ରାଜ୍ୟରେ କୋଭିଡ଼ ଜନିତ ମୃତ୍ୟୁ ସଂଖ୍ୟା ୨୧୬୧ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି।

Leave A Reply

Your email address will not be published.