Odisha Link
Bridging the Missing Links in Odisha

କରୋନା: ଦିନକରେ ୧୦ ହଜାରରୁ ଉର୍ଦ୍ଧ୍ବ ପଜିଟିଭ ଚିହ୍ନଟ, ୧୭ ମୃତ

ସେହିପରି ଦିନକରେ ରାଜ୍ୟରେ ୧୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେବାରେ ଲାଗିଛି କରୋନା ସଂକ୍ରମଣ। ଦିନକୁ ଦିନ ହୁ ହୁ ହୋଇ ବଢ଼ି ଚାଲିଛି କରୋନା ସଂକ୍ରମଣ। ଏସବୁ ମଧ୍ୟରେ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ହଜାର ୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୪୪,୮୭୩ରେ ପହଁଞ୍ଚିଛି। ଦିନକରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬୬୨୩ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୪୦୮ ଜଣ ସ୍ଥାନୀୟ ବାସିନ୍ଦା ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସେହିପରି ଦିନକରେ ରାଜ୍ୟରେ ୧୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା , କଳାହାଣ୍ଡି , ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ପୁରୀରୁ ୨ ଜଣ ରହିଛନ୍ତି। ସେହିପରି ଅନୁଗୁଳ, ବଲାଙ୍ଗୀର ଓ ଢ଼େଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୫୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩୦ଜଣ, ବରଗଡ଼ ଜିଲ୍ଲାରୁ ୪୫୦ଜଣ, ଭଦ୍ରକ ଜିଲ୍ଲାରୁ ୨୪୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୭୪ଜଣ, ବୌଦ୍ଧ ଜିଲ୍ଲାରୁ ୧୮୩ଜଣ, କଟକ ଜିଲ୍ଲାରୁ ୭୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୧୧୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୪୪ଜଣ, ଗଜପତି ଜିଲ୍ଲାରୁ ୮୯ଜଣ, ଗଞ୍ଜାମ ଜିଲ୍ଲାରୁ ୨୦୯ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦୯ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧୫ଜଣ, ଯାଜପୁର ଜିଲ୍ଲାରୁ ୩୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୧୮ଜଣ, କଳାହାଣ୍ଡି ଜିଲ୍ଲାରୁ ୪୩୩ଜଣ, କନ୍ଧମାଳ ଜିଲ୍ଲାରୁ ୭୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୪୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୬୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୨୯ଜଣ, କୋରାପୁଟ ଜିଲ୍ଲାରୁ ୧୪୨ଜଣ, ମାଲକାନଗିରି ଜିଲ୍ଲାରୁ ୬୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୦୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୦୬ଜଣ, ନୟାଗଡ଼ ଜିଲ୍ଲାରୁ ୨୬୯ଜଣ, ନୂଆପଡ଼ା ଜିଲ୍ଲାରୁ ୩୧୧ଜଣ, ପୁରୀ ଜିଲ୍ଲାରୁ ୭୦୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୩୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୦୨ଜଣ, ସୋନପୁର ଜିଲ୍ଲାରୁ ୧୬୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୨୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୭୧ଜଣ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୪୪୮୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୪୭୬୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୪୭୮୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ ରାଜ୍ୟରେ କୋଭିଡ଼ ଜନିତ ମୃତ୍ୟୁ ସଂଖ୍ୟା ୨୧୯୭ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି।

Leave A Reply

Your email address will not be published.