Odisha Link
Bridging the Missing Links in Odisha

ରାଜଧାନୀରୁ ଦିନକରେ ୧୧୯୬ଜଣ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେଲାଣି ମହାମାରୀ କରୋନା। ଭୁବନେଶ୍ବରରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୧୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୧୯୪ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୦୦୨ଜଣ ରହିଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୫୭୭୨ରେ ପହଞ୍ଚିଛି। ରାଜଧାନୀରେ କରୋନା ସକ୍ରିୟ ମାମଲା ୧୦୬୮୯ଟି ରହିଛି। କରୋନା ସଂକ୍ରମିତ ହୋଇ ଏଯାବତ ୨୮୪ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଆଜି ୮୫୮ ଜଣ ସୁସ୍ଥ ହୋଇଥିବା ବେଳେ ଏଯାବତ ମୋଟ ୪୪୭୭୮ଜଣ କରୋନାରେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Leave A Reply

Your email address will not be published.