Odisha Link
Bridging the Missing Links in Odisha

୧୬ ଜିଲ୍ଲାରେ RTPCR ଟେଷ୍ଟିଂ ସେଣ୍ଟର ପାଇଁ ୨୦ କୋଟି ମଞ୍ଜୁର

ଭୁବନେଶ୍ୱର: କୋଭିଡ଼ ଲଢ଼େଇରେ ରୋଗୀର ଶୀଘ୍ର ପରୀକ୍ଷା ସଂକ୍ରମଣକୁ ରୋକିବାରେ ବିଶେଷ ଗୁରୁତ୍ୱ ବହନ କରେ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୧୬ଟି ଜିଲ୍ଲା ଯଥା ଭଦ୍ରକ, ବୌଦ୍ଧ, ଢେ଼ଙ୍କାନାଳ, ଗଜପତି, ଖୋର୍ଦ୍ଧା ଜଗତସିଂହପୁର, ଯାଜପୁର କେନ୍ଦ୍ରାପଡା, ନବରଙ୍ଗପୁର, ମାଲକାନଗିରି, ନୂଆପଡା, ସୋନପୁର, କନ୍ଧମାଳ, ସୁନ୍ଦରଗଡ, ରାୟଗଡ଼ା ଓ ବରଗଡର ସଦର ମହକୁମାରେ RTPCR ଟେଷ୍ଟିଂ ସେଣ୍ଟର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋଡ଼ିଏ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ଏହି ଟେଷ୍ଟିଂ ସେଣ୍ଟର ଗୁଡିକ ସବୁଦିନ ଲୋକଙ୍କୁ ସେବା ଯୋଗାଇ ଦେବ। ଏଥିନିମନ୍ତେ ପ୍ରତି ଜିଲ୍ଲାରେ ଜଣେ ଲେଖାଏଁ ମାଇକ୍ରୋବାିଲେଜିଷ୍ଟ ଓ ତିନି ଜଣ ଲ୍ୟାବ୍‌ ଟେକ୍ନିସିଆନ୍‌ଙ୍କୁ ନିୟୋଜିତ କରାଯିବ। କରୋନା ସଂକ୍ରମଣକୁ ରୋକିବା ଓ ତୁରନ୍ତ ଚିକିତ୍ସା ଆରମ୍ଭ କରିବାରେ ଏହା ବିଶେଷ ସହାୟକ ହେବ।

Leave A Reply

Your email address will not be published.