Odisha Link
Bridging the Missing Links in Odisha

ଶ୍ରୀମନ୍ଦିର ଚନ୍ଦନ ଯାତ୍ରାକୁ ଗ୍ରୀନ ସିଗନାଲ୍‌

ପୁରୀ: ଶ୍ରୀମନ୍ଦିର ଚନ୍ଦନ ଯାତ୍ରାକୁ ଗ୍ରୀନ ସିଗନାଲ୍‌। ଆଜି ବସିଥିବା ଶ୍ରୀମନ୍ଦିର ଛତିଶାନିଯୋଗ ବୈଠକ ଏନେଇ ନିଷ୍ପତ୍ତି ହୋଇଛି। ଶ୍ରୀମନ୍ଦିର ବାହାରେ ହେବ ଚନ୍ଦନ ଯାତ୍ରା। ୧୪୪ ଧାରା ଲାଗୁ କରାଯାଇ ଚନ୍ଦନ ଯାତ୍ରା କରାଯିବ। ସୀମିତ ସଂଖ୍ୟକ ୫୦ରୁ ୭୦ ସେବାୟତଙ୍କୁ ନେଇ ଯାତ୍ରା କରାଯିବ।

ସେବାୟତଙ୍କ RTPCR ଟେଷ୍ଟ କରାଯିବ, ନେଗେଟିଭ ଥିବା ସେବାୟତଙ୍କୁ ଅନୁମତି ମିଳିବ। ରଥ ନିର୍ମାଣରେ ନିୟୋଜିତ ଲୋକଙ୍କୁ ଆଇସୋଲେସନରେ ରଖାଯିବ। ଉଭୟ ଚନ୍ଦନ ଯାତ୍ରା ଓ ରଥ ନିର୍ମାଣ ବେଳେ ୧୪୪ ଧାରା ଜାରି କରାଯିବ। ଦର୍ଶନ ପାଇଁ ଗଣମାଧ୍ୟମକୁ ଚନ୍ଦନ ଯାତ୍ରାର ଲାଇଭ ଫିଡ୍ ଦିଆଯିବାକୁ ବ୍ୟବସ୍ଥା ହୋଇଛି। ଛତିଶା ନିଯୋଗ ବୈଠକ ପରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଏନେଇ ସୂଚନା ଦେଇଛନ୍ତି।

ଚନ୍ଦନଯାତ୍ରା ପ୍ରସ୍ତୁତି ଆରମ୍ଭ ହୋଇଛି। ନରେନ୍ଦ୍ର ପୁଷ୍କରଣୀକୁ ମଧ୍ୟ ପ୍ରସ୍ତୁତ କରାଯାଇଛି। ଡଙ୍ଗାକୁ ପାଣି କଢାଯାଇ ଚାପ ପ୍ରସ୍ତୁତ କରାଯାଉଛି। ବିନାଭକ୍ତରେ ଚନ୍ଦନଯାତ୍ରା କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଥିବାବଳେ ସେବାୟତ ସଂଖ୍ୟା ବି ସୀମିତ କରିବାକୁ ସ୍ଥିର ହୋଇଛି। ଏଥିପାଇଁ ନୀତି ସଂପୃକ୍ତ ସେବାୟତଙ୍କ ତାଲିକା ପ୍ରସ୍ତୁତି ଚାଲିଛି।

Leave A Reply

Your email address will not be published.