ପ୍ରଦୀପ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ବି ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବା ଜଣାପଡିଛି। ଆଜି ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ଏମସ ଓ ଏସସିବି ଡାକ୍ତରଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏବେ ପ୍ରଦୀପ୍ତ କୋଭିଡ ନେଗେଟିଭ ଥିଲେବି ଫୁସଫୁସରେ ସଂକ୍ରମଣ ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଡାକ୍ତର ଜଣାଇଛନ୍ତି। ଏଥିସହ ପ୍ରଦୀପ୍ତଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।