Odisha Link
Bridging the Missing Links in Odisha

କାଳବୈଶାଖୀ ଆଶଙ୍କା: ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳ‌ବୈଶାଖୀ ସହିତ ବଜ୍ରପାତ ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବହୁ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କାଳ‌ବୈଶାଖୀ ସମୟରେ ୩୦ରୁ ୪୦କିମି ବେଗରେ ପବନ ହେବାର ଆଶଙ୍କା କରାଯାଉଛି।

କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି,କନ୍ଧମାଳ,ବୌଦ୍ଧ, ଢ଼େଙ୍କାନାଳ ଓ ମୟୁରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼,ଅନୁଗୁଳ, କେନ୍ଦୁଝର, ସୁବର୍ଣ୍ଣପୁର,ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର,ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ୧୪ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ କାଳବୈଶାଖୀ ଓ ବଜ୍ରପାତର ସମ୍ଭାବନା ରହିଛି।

Leave A Reply

Your email address will not be published.