Odisha Link
Bridging the Missing Links in Odisha

କରୋନା: ଆଉ ୨୨ ଜଣ ବୁଜିଲେ ଆଖି, ମୃତ୍ୟୁସଂଖ୍ୟା ୨୨୭୩କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟ ଅଣାୟତ୍ତ ହେଲାଣି କରୋନା। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୨୩୯୦ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୭୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଖୋର୍ଦ୍ଧାରୁ ସର୍ବାଧିକ ୪ଜଣ. ଅନୁଗୋଳରୁ ୩ଜଣ, କେନ୍ଦ୍ରାପଡା, ରାୟଗଡା, କଳାହାଣ୍ଡି ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ବୌଦ୍ଧ, କଟକ, ଦେବଗଡ, ଗଜପତି, ଗଞ୍ଜାମ, କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୮୮୬୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୪୦୧୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୮୨୩୪୫ଜଣ ସୁସ୍ଥ ହୋଇଛନ୍ତି। ବର୍ତତମାନ ସୁଦ୍ଧା ରାଜ୍ୟରେ ୧୦୭୬୯୩୧୨ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.