Odisha Link
Bridging the Missing Links in Odisha

ଦେଶରେ କରୋନା: ଦିନକରେ ୩.୨୬ ଲକ୍ଷ ଆକ୍ରାନ୍ତ, ୩୮୯୦ ମୃତ

ନୂଆଦିଲ୍ଲୀ: କାୟା ମେଲାଉଛି ମହାମାରୀ କରୋନା। ହୁହୁ ବଢିବାରେ ଲାଗିଛି କରୋନା ଆକ୍ରାନ୍ତ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା। ବିଭିନ୍ନ କଟକଣା, ଟିକାକରଣ ସତ୍ତ୍ବେ ଦେଶରେ କରୋନା ସଂକ୍ରମଣ ଓ ମୃତ୍ୟୁ ହାର ଥମୁ ନାହିଁ । ଗତ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୮୯୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଲକ୍ଷ ୨୬ ହଜାର ୯୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୪୩ ଲକ୍ଷ ୭୨ ହଜାର ୯୦୭କୁ ବୃଦ୍ଧି ପାଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୬୬ ହଜାର ୨୦୭କୁ ବୃଦ୍ଧି ପାଇଛି। ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୬ ଲକ୍ଷ ୭୩ ହଜାର ୮୦୨ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୪ ଲକ୍ଷ ୩୨ ହଜାର ୮୯୮ରେ ପହଞ୍ଚିଛି।

ବର୍ତ୍ତମାନ ସୁଦ୍ଧା ୧୮ କୋଟି ୪ ଲକ୍ଷ ୫୭ ହଜାର ୫୭୯ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତ। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Leave A Reply

Your email address will not be published.