Odisha Link
Bridging the Missing Links in Odisha

ଆଉ ୨୨ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କାୟା ମେଲାଇ ଚାଲିଛି କରୋନା। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ଥମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୧୦୭୫୭ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୩୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ବୌଦ୍ଧ, କୋରାପୁଟ, ଖୋର୍ଦ୍ଧା, ନୂଆପଡ଼ା, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଗଜପତି ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୨୨୯୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୬୦୬୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୧୪୫୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତକଙ୍କ ସଂଖ୍ୟା ୨୩୩୫ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗରେ ୫୩ଜଣଙ୍କ ମୃତ୍ୟୁ ହୋଇଛି।

Leave A Reply

Your email address will not be published.