Odisha Link
Bridging the Missing Links in Odisha

କରୋନାରୁ ସୁସ୍ଥ ହେଲେ ଆଉ ୧୦୨୪୨ ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ

ଭୁବନେଶ୍ଵର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା। ଦିନକୁ ଦିନ ସଂକ୍ରମଣ ହାର ପଢ଼ୁଥିବାବେଳେ ମୃତ୍ୟୁ ସଂଖ୍ୟା ଥମିବାର ନାଁ ଧରୁନାହିଁ। ଦୈନିକ ୧୦ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏଥିସହ ଗତ ୨୪ ଘଣ୍ଟାରେ ଓଡିଶାରେ ୧୦୨୪୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସୁସ୍ଥ ରୋଗୀଙ୍କ ସଂଖ୍ୟା ୫୩୬୫୯୫ରେ ପହଞ୍ଚିଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମଙ୍ଗଳବାର ଟ୍ଵିଟ୍ ଯୋଗେ ଏହାର ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୧୮ କରୋନାରୁ ଆରୋଗ୍ୟଲାଭ କରିଛନ୍ତି। ସୁନ୍ଦରଗଡ ଜିଲ୍ଲାରୁ ୯୪୩, କଟକ ଜିଲ୍ଲାରୁ ୮୮୭, ପୁରୀ ଜିଲ୍ଲାରୁ ୭୦୭, ସମ୍ବଲପୁରରୁ ୬୪୧, କଳାହାଣ୍ଡିରୁ ୪୬୫, ବରଗଡରୁ ୪୪୮, ଅନୁଗୋଳରୁ ୪୩୮, ଝାରସୁଗୁଡାରୁ ୩୩୧, ବାଲେଶ୍ଵରରୁ ୩୦୧, ନବରଙ୍ଗପୁରରୁ ୨୯୧, ବଲାଙ୍ଗୀରରୁ ୨୭୩, ନୟାଗଡରୁ ୨୫୪, ଯାଜପୁରରୁ ୨୨୨, ନୂଆପଡାରୁ ୨୧୪, ମୟୂରଭଞ୍ଜରୁ ୨୦୪ ସଂକ୍ରମିତ କୋଭିଡ୍-୧୯ରୁ ସୁସ୍ଥ ହୋଇଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦୩୨୧ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୬୩୩୩୦୨ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୭୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୫୪୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। କରୋନାରେ ଆଉ ୨୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ପରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି ଘଟିଛି।

Leave A Reply

Your email address will not be published.