Odisha Link
Bridging the Missing Links in Odisha

ଦେଶରେ କରୋନା: ୨୪ ଘଣ୍ଟାରେ ୪୫୨୯ ଜଣ ମୃତ

ନୂଆଦିଲ୍ଲୀ: ଦେଶରେ ଅଣାୟତ ହେଲାଣି କରୋନା ସ୍ଥିତି। ହୁହୁ ବଢ଼ୁଛି କରୋନା ସଂକ୍ରମଣ ହାର। ଥମିବାର ନାଁ ନେଉନି କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୫୨୯ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ଦିନକରେ ୨ ଲକ୍ଷ ୬୭ ହଜାର ୩୩୪ ଜଣ ଆକ୍ରାନ୍ତ ହୋଇଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଦେଶରେ ବର୍ତ୍ତମାନ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୮୩ ହଜାର ୨୪୮କୁ ବୃଦ୍ଧି ପାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୫୪ ଲକ୍ଷ ୯୬ ହଜାର ୩୩୦କୁ ବୃଦ୍ଧି ପାଇଛି।

ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ଲକ୍ଷ ୨୬ ହଜାର ୭୧୯ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୧୯ ଲକ୍ଷ ୮୬ ହଜାର ୩୬୩ରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା୧୮ କୋଟି ୫୮ ଲକ୍ଷ ୯ ହଜାର ୩୦୨ ଜଣଙ୍କୁ  ଟିକାକରଣ କରାଯାଇଛି। ନେଇଛନ୍ତି।

Leave A Reply

Your email address will not be published.