Odisha Link
Bridging the Missing Links in Odisha

ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି

ଭୁବନେଶ୍ୱର: ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି। କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଛି। ଚିକିତ୍ସାଧୀନ ଥିବା ପ୍ରଦୀପ୍ତ କଥା କହିବା ଆରମ୍ଭ କରିଥିବା ଜଣାଯାଇଛି। ଏନେଇ ଏମସ୍‌ର ସୁପରିଟେଣ୍ଡେଣ୍ଟ ଡାକ୍ତର ସଚ୍ଚିଦାନନ୍ଦ ମହାନ୍ତି ସୂଚନା ଦେଇଛନ୍ତି।

କୋଭିଡ ଆକ୍ରାନ୍ତ ହେବା ପରଠାରୁ ପ୍ରଦୀପ୍ତ ଏମସରେ ଚିକିତ୍ସାଧୀନ ଅଛନ୍ତି।  କିଛି ଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ବୁଝିଥିଲେ। ଏଥିସହ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ କହିଥିଲେ।