Odisha Link
Bridging the Missing Links in Odisha

ରାଜ୍ୟରେ ୨୪ଶହ ଟପିଲା ମୃତ୍ୟୁ ସଂଖ୍ୟା, ଦିନକରେ ଚାଲିଗଲା ୨୫ ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେବାରେ ଲାଗିଛି କରୋନା ସଂକ୍ରମଣ। ଦିନକୁ ଦିନ ସଂକ୍ରମଣ ବଢ଼ିବାରେ ଲାଗିଥିବା ବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଦିନକରେ ରାଜ୍ୟରେ ୧୧, ୪୯୮ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରେନା ଜନିତ ମୃତ୍ୟୁ ସଂଖ୍ୟା ୨୪୦୩ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ରାଜ୍ୟରେ ମୃତ୍ୟୁ ବରଣ କରିଥିବା ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୩ଜଣ ରହିଛନ୍ତି । ଗଞ୍ଜାମ, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି। ସେହିପରି ବାଲେଶ୍ୱର, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ , କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬,୫୫,୮୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧,୦୬,୮୧୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫,୪୬,୬୩୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତକଙ୍କ ସଂଖ୍ୟା ୨୪୦୩ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗରେ ୫୩ଜଣଙ୍କ ମୃତ୍ୟୁ ହୋଇଛି।

Leave A Reply

Your email address will not be published.