Odisha Link
Bridging the Missing Links in Odisha

ରାଜଧାନୀରୁ ଆଉ ୧୧୮୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଅଣାୟତ୍ତ ହେଲାଣି କରୋନା। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୧୮୬ କରୋନା ଆକ୍ରାନ୍ତ। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ ସେଣ୍ଟରୁ ୧୪୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୦୪୪ ଲୋକାଲ କେସ ଚିହ୍ନଟ ହୋଇଛନ୍ତି। ସେହିପରି ୧୦୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଭୁବନେଶ୍ୱରର ମଞ୍ଚେଶ୍ୱର, ରସୁଲଗଡ, ହଂସପାଳ, ପାହାଳ, ସହିଦ ନଗର, ସତ୍ୟନଗର, ଝାରପଡା, ଖଣ୍ଡଗିରି, ପଟିଆ, ଜୟଦେବ ବିହାର, ନୟାପଲ୍ଲୀ, କଳ୍ପନା, ବମିଖାଲ, ବରମୁଣ୍ଡା, ଚିନ୍ତାମଣିଶ୍ୱର, ଏଜି କଲୋନୀ, ପଳାସପଲ୍ଲୀ, ପୋଖରୀପୁଟ, ଶୈଳଶ୍ରୀବିହାର, ସାମନ୍ତରାପୁର ଆଦି ଅଞ୍ଚଳରୁ ପଜିଟିଭ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ବର୍ତ୍ତମାନ ଭୁବନେଶ୍ୱରରେ ୬୬୮୮୦ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥିବା ବେଳେ ୫୩୮୩୦ ଜଣ ସୁସ୍ଥ ହୋଇ ଘରକୁ ଫେରଛନ୍ତି। ଆହୁରି ୧୨,୬୭୨ କରୋନା ପଜିଟିଭ ଭୁବନେଶ୍ୱରରେ ସକ୍ରିୟ ରହିଛନ୍ତି।

Leave A Reply

Your email address will not be published.