Odisha Link
Bridging the Missing Links in Odisha

ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି କରୋନା ସଂକ୍ରମଣ। ଏହାରି ମଧ୍ୟରେ ଆଜି ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ସନ୍ଧ୍ୟା ସାଢ଼େ ୫ଟାରେ ବୈଠକ ଅନୁେଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫେରେନ୍ସିଂ ଜରିଆରେ ବୈଠକ ଅନୁଷ୍ଠିନ ହେବ।

ମିଳିଥିବା ସୂଚନା ମୁତାବିକ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜି ପାରେ । ତେବେ କ୍ୟାବିନେଟରେ କେଉଁ କେଉଁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ ସେନେଇ କୌଣସି ସୂଚନା ମିଳିପାରିନାହିଁ।

ସୂଚନାଯୋଗ୍ୟ ଯେ, ଗତ କ୍ୟାବିନେଟ ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଥିଲା । ବିଶେଷକରି କରୋନା ମୁକାବିଲା ଓ ସାମାଜିକ ସୁରକ୍ଷା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟର ମୋହର ବାଜିଥିଲା। ଗୋଟିଏ ପଟେ ମହାମାରୀ କରୋନା ବ୍ୟାପୁଥିବାବେଳେ ଅପରପକ୍ଷରେ ରାଜ୍ୟ ସରକାର ଏହାର ମୁକାବିଲା ନିମନ୍ତେ ଟିକାକରଣ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏସବୁ ମଧ୍ୟରେ କରୋନା ଟିକା ପାଇଁ ଗ୍ଲୋବାଲ ଟେଣ୍ଡର ଆହ୍ୱାନ କରାଯାଇଛି।