Odisha Link
Bridging the Missing Links in Odisha

‘ଅତି ଭୀଷଣ’ ବାତ୍ୟାଭାବେ ଉପକୂଳ ଅତିକ୍ରମ କରିବ ‘ୟଶ’: IMD ଡିଜି

ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ-ବାଂଲଶଦେଶ ମଧ୍ୟରେ ବାତ୍ୟା ସ୍ଥଳଭାଗ ଛୁଇଁବ

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସଂଲଗ୍ନ ଅଞ୍ଚଳରେ ଶୁକ୍ରବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପର ରୂପ ନେଇଛି। ତେବେ ଆସନ୍ତାକାଲି ଏହା ଅବପାତର ରୂପ ନେବ। ଆସନ୍ତା ୨୪ ତାରିଖ ସକାଳେ ଏହା ବାତ୍ୟାରେ ରୂପାନ୍ତରିତ ହେବ ଏବଂ ୨୬ ତାରିଖ ସନ୍ଧ୍ୟାରେ ବାତ୍ୟା ଉପକୂଳ ଅତିକ୍ରମ କରିବ। ତେବେ ଏହା ‘ଅତି ଭୀଷଣ’ ବାତ୍ୟାଭାବେ ଉପକୂଳ ଅତିକ୍ରମ କରିବ ବୋଲି ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।

ଏଥିସହ ସେ କହିଛନ୍ତି, ବାତ୍ୟା ଉପକୂଳ ଛୁଇଁବା ବେଳକୁ ପବନର ବେଗ ୧୨୦ରୁ ୧୬୫ କିମି ରହିବ। ସ୍ଥଳ ବିଶେଷରେ ମଝିରେ ମଝିରେ ପବନର ବେଗ ୧୮୫ କିମି ଛୁଇଁପାରେ। ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ-ବାଂଲଶଦେଶ ମଧ୍ୟରେ ବାତ୍ୟା ସ୍ଥଳଭାଗ ଛୁଇଁବ। ନିର୍ଦ୍ଧିଷ୍ଟ କେଉଁଠି ସ୍ଥଳଭାଗ ଛୁଇଁବ ତାହା କାଲି ଅବପାତ ହେଲା ପରେ ସ୍ପଷ୍ଟ ହେବ।

ବାତ୍ୟା ପ୍ରଭାବରେ ୨୫ ତାରିଖ ଅପରାହ୍ନରୁ ବର୍ଷା ଆରମ୍ଭ ହୋଇଯିବ। ଉତ୍ତର ଓଡ଼ିଶା ସହ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଯିବ।  ୨୪ ତାରିଖ ସନ୍ଧ୍ୟାରୁ ଉପକୂଳ ଓଡ଼ିଶାରେ ୪୦ରୁ ୫୦ କିମି ବେଗରେ ପବନ ବହିବ। ୨୫ ତାରିଖ ସକାଳୁ ୫୦ରୁ କିମି ପବନର ବେଗ ବଢିବ ବୋଲି ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।

Leave A Reply

Your email address will not be published.