Odisha Link
Bridging the Missing Links in Odisha

ବାତ୍ୟା ପାଇଁ ବନ୍ଦ ରହିବ ଟିକାକରଣ

ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ଜିଲ୍ଲାରେ ବନ୍ଦ ରହିବ ଟିକାକରଣ। ଏନେଇ ପରିବାର ଓ କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ବାତ୍ୟା ସମୟରେ ମୁଖ୍ୟତଃ ବିଦ୍ୟୁତ ସେବା ବ୍ୟାଘାତ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ସବୁ ଜିଲ୍ଲା ପ୍ରଶାସନକୁ ଜେନେରେଟର ବ୍ୟବସ୍ଥା କରିବାକୁ କୁହାଯାଇଛି।

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଆସନ୍ତା ୨୪ ତାରିଖ ସୁଦ୍ଧା ଏହା ବାତ୍ୟାର ରୂପ ନେବ ‘ୟଶ’। ୨୩ ତାରିଖ ସକାଳେ ଏହା ଅବପାତ ରୂପ ନେଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୪ ତାରିଖରେ ବାତ୍ୟାରେ ପରିଣତ ହେବ।

ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ୨୪ ଘଣ୍ଟାରେ ଅତି ଭୟଙ୍କର ବାତ୍ୟାରେ ପରିଣତ ହେବ ‘ୟଶ’ । ଉତ୍ତର ବଙ୍ଗୋପସାଗର ନିକଟର ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଏବଂ ବାଂଲାଦେଶ ଉପକୂଳ ୨୬ ସକାଳେ ଛୁଇଁବା ପୂର୍ବାନୁମାନ କରାଯାଇଛି।