Odisha Link
Bridging the Missing Links in Odisha

ରାଜ୍ୟରେ ୭ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ୧୧,୦୫୯ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଲାଗୁ ହୋଇଛି ଲକ୍‌ଡାଉନ୍, ସଟ୍‌ଡାଉନ୍‌ ଭଳି କଟକଣା। ହେଲେ ଏବେ ବି କରୋନା ସଂକ୍ରମଣକୁ ପ୍ରତିହତ କରିବାରେ ସଫଳ ହୋଇ ନାହିଁ କଟକଣା। ଦିନକୁ ଦିନ ରାଜ୍ୟରେ ଉପର ମୁହାଁ ହେଉଛି କରୋନା ଗ୍ରାଫ। ଦିନକରେ ରାଜ୍ୟରେ ୧୧, ୦୫୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭,୦୩,୪୪୧ ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୧୯୩ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରେ ରହିଥିବା ବେଳେ ୪୮୬୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୫୯ଜଣ, ବାଲେଶ୍ୱର ଜିଲ୍ଲାରୁ ୪୦୦ଜଣ, ବରଗଡ଼ ଜିଲ୍ଲାରୁ ୩୬୭ଜଣ, ଭଦ୍ରକ ଜିଲ୍ଲାରୁ ୩୭୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬୬ଜଣ, ବୌଦ୍ଧ ଜିଲ୍ଲାରୁ ୨୬୧ଜଣ, କଟକ ଜିଲ୍ଲାରୁ ୧୧୩୩ଜଣ, ଦେଓଗଡ଼ ଜିଲ୍ଲାରୁ ୧୦୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୫୧ଜଣ, ଗଜପତି ଜିଲ୍ଲାରୁ ୬୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୫୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩୩୦ଜଣ, ଯାଜପୁର ଜିଲ୍ଲାରୁ ୫୬୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୨୮ଜଣ, କଳାହାଣ୍ଡି ଜିଲ୍ଲାରୁ ୪୦୭ଜଣ, କନ୍ଧମାଳ ଜିଲ୍ଲାରୁ ୧୦୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୦୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୦୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୧୦ଜଣ, କୋରାପୁଟ ଜିଲ୍ଲାରୁ ୧୭୫ଜଣ, ମାଲକାନଗିରି ଜିଲ୍ଲାରୁ ୯୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୬୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୨୨ଜଣ, ନୟାଗଡ଼ ଜିଲ୍ଲାରୁ ୨୪୬ଜଣ, ନୂଆପଡ଼ା ଜିଲ୍ଲାରୁ ୪୪ଜଣ, ପୁରୀ ଜିଲ୍ଲାରୁ ୪୩୦ଜଣ, ରାୟଗଡ଼ା ଜିଲ୍ଲାରୁ ୧୭୭ଜଣ, ସମ୍ବଲପୁର ଜିଲ୍ଲାରୁ ୩୭୯ଜଣ, ସୋନପୁର ଜିଲ୍ଲାରୁ ୨୦୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୨୯ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୦୩ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭,୦୩,୪୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧,୧୧,୨୬୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫,୮୯,୬୧୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.