ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ଉଦବୋଧନ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମହାମାରୀ କରୋନା ସମୟରେ ଉପକୂଳ ମୁହାଁ ବାତ୍ୟା ‘ୟାସ୍’। ଓଡ଼ିଶାରେ ଏହାର ପ୍ରଭାବ ପଡ଼ୁଥିବାରୁ ଘାରିଛି ବାତ୍ୟା ଭୟ। ଏଭଳି ସ୍ଥିତିର ମୁକାବିଲା କରିବା ପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର। ବାତ୍ୟା ମୁକାବିଲା କରିବା ପାଇଁ ରଣନୀତି ପ୍ରସ୍ତୁତ କରୁଛନ୍ତି ସରକାର। ଏସବୁ ମଧ୍ୟରେ ସୋମବାର ଅପରାହ୍ନ ୪ଟା ସମୟରେ ବାତ୍ୟା ସମ୍ପର୍କରେ ଗୁରୁତ୍ବପୂର୍ଣ୍ଣ ବାର୍ତ୍ତା ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
Hon'ble Chief Minister Sri @Naveen_Odisha will address the people of Odisha at 4 pm today.
(24th May, 2021)— I & PR Department, Odisha (@IPR_Odisha) May 24, 2021
ସୂଚନାଥାଉକି, ପକୂଳ ମୁହାଁ ବାତ୍ୟା ୟାସ୍। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଲା ୟାସ୍ । ଘଣ୍ଟା ପ୍ରତି ୪ କିମି ବେଗରେ ଉପକୂଳ ଆଡକୁ ହେଉଛି ଅଗ୍ରସର। ସମ୍ଭାବ୍ୟ ବାତ୍ୟା ‘ୟାସ୍’ ୨୬ ତାରିଖ ସନ୍ଧ୍ୟା ପରେ ପାରାଦୀପ ଠାରୁ ପଶ୍ଚିମବଙ୍ଗର ସାଗରଦ୍ବୀପ ମଧ୍ୟରେ ଯେ କୌଣସି ସ୍ଥାନରେ ସ୍ଥଳଭାଗକୁ ଛୁଇଁବ। ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ରବିବାର ଏଭଳି ପୂର୍ବାନୁମାନ କରିଛନ୍ତି।
ବୁଧବାର ପ୍ରାୟ ଅପରାହ୍ନରେ ଚାନ୍ଦିପୁର ପାଖାପାଖି ଅତି ଭୀଷଣ ବାତ୍ୟା ଭାବେ ସ୍ଥଳଭାଗକୁ ମାଡ଼ିଯିବ। ସେତେବେଳକୁ ପବନ ବେଗ ଘଣ୍ଟା ପ୍ରତି ୧୫୫ କିମିରୁ ୧୬୫ କିମି ଛୁଇଁପାରେ। ପବନ ଝଟ୍କା ୧୮୫ କିମି ହୋଇପାରେ।
ୟାସ୍ ପ୍ରକୋପରେ ସର୍ବାଧିକ ପ୍ରଭାବିତ ହେବ ଓଡ଼ିଶାର ୫ଟି ଜିଲ୍ଲା। ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର। ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଭୀଷଣ ପବନ ମାଡ଼ ହେବ। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ପୂର୍ବାନୁମାନ ଓ ବାତ୍ୟାର ସମ୍ଭାବ୍ୟ ଗତିପଥ ଚିତ୍ରରୁ ଏଭଳି ଆଶଙ୍କା କରାଯାଉଛି।