Odisha Link
Bridging the Missing Links in Odisha

ବାତ୍ୟା ୟାସ୍‌: ଆରମ୍ଭ ହେଲା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା

ଭୁବନେଶ୍ୱର: ବାତ୍ୟା ୟାସ୍‌ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ। ଏନେଇ ସୂଚନା ଦେଇଛନ୍ତି ଆଇଏମଡ଼ି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ପ୍ରାୟ ୩ ରୁ ୪ ଘଣ୍ଟା ଲାଗିବ ଲ୍ୟାଣ୍ଡଫଲ ପ୍ରକ୍ରିୟା। ସ୍ଥଳ ଭାଗ ଆଡ଼କୁ ମାଡ଼ି ଆସୁଛି ଅତି ଭୀଷଣ ବାତ୍ୟା ୟାସ୍।

ଉତ୍ତର ଧାମରା ଓ ଦକ୍ଷିଣ ବାଲେଶ୍ୱର ମଧ୍ୟରେ ଆଜି ଦ୍ୱିପହରରେ ସ୍ଥଳଭାଗ ଅତିକ୍ରମ କରିବ। ଲ୍ୟାଣ୍ଡଫଲ ସମୟରେ ପବନର ବେଗ ବଢିବ। ବାତ୍ୟା ଯୋଗୁଁ ବାଲେଶ୍ୱର ଓ ଭଦ୍ରକରେ ଅଧିକ କ୍ଷତି ହେବ ବୋଲି ଆଇଏମଡ଼ି ଡିଜି କହିଛନ୍ତି।

ଲ୍ୟାଣ୍ଡଫଲ ସମୟରେ ପବନର ବେଗ ୧୩୦ ରୁ ୧୪୦ କିମି ବେଗରେ ରହିଥିବା ନେଇ ସୂଚନା ମିଳିଛି। ତେବେ ବାତ୍ୟା ପ୍ରଭାବରେ ବାଲେଶ୍ୱର ଓ ଭଦ୍ରକରେ ପ୍ରବଳ ବର୍ଷା ଲାଗିରହିଛି। ଅନେକ ସ୍ଥାନରେ ବଡ଼ ବଡ଼ ଗଛ ଉପୁଡ଼ିଯାଇଛି। ବାତ୍ୟା ଯୋଗୁଁ ବାଲେଶ୍ୱର ଓ ଭଦ୍ରକରେ ଅଧିକ କ୍ଷତି ହେବ ବୋଲି ଆଇଏମଡ଼ି ଡିଜି କହିଛନ୍ତି। 

Leave A Reply

Your email address will not be published.